Sunday, October 24, 2021
Home ଖବର ଗୌଡ଼ନୂଆଗାଁ ଆଦ୍ୟା ଯୁବକ ସଂଘ ପକ୍ଷରୁ ରକ୍ତଦାନ ଶିବିର ,୨୨ୟୁନିଟ ରକ୍ତ ସଂଗ୍ରହ..

ଗୌଡ଼ନୂଆଗାଁ ଆଦ୍ୟା ଯୁବକ ସଂଘ ପକ୍ଷରୁ ରକ୍ତଦାନ ଶିବିର ,୨୨ୟୁନିଟ ରକ୍ତ ସଂଗ୍ରହ..

ଗୌଡ଼ନୂଆଗାଁ ଆଦ୍ୟା ଯୁବକ ସଂଘ ପକ୍ଷରୁ ରକ୍ତଦାନ ଶିବିର ,୨୨ୟୁନିଟ ରକ୍ତ ସଂଗ୍ରହ..


ଖୋର୍ଦ୍ଧା, ତା୨୮/୬-ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗେଡି଼ଆପଲ୍ଲୀ ପଞ୍ଚାୟତ ଗୌଡ଼ନୂଆଗାଁ ଗ୍ରାମର ଆଦ୍ୟା ଯୁବକ ସଂଘ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କୋଭିଡ-୧୯ର ନିୟମ ପାଳନ ପୂର୍ଵକ ୨୨ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।

ଏଥିରେ ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରବୀନ୍ଦ୍ର ନାଥ ପାଣିଗ୍ରାହୀ,ସ୍ଥାନୀୟ ଚିକିତ୍ସାଳୟର ଫାର୍ମାସିଷ୍ଟ ବିଭୁଦତ ଛୋଟରାୟ,ଅନୁଷ୍ଠାନର ସଭାପତି କାହ୍ନୁ ଚରଣ ବେହେରା ଓ କୃଷକ ନେତା ଜୟନ୍ତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ସ୍ଥାନୀୟ ଚିକିତ୍ସାଳୟ ଆୟୁଷ ଡାକ୍ତର ନିବେଦିତା ଭୋଳ,ଖୋର୍ଦ୍ଧା ବ୍ଲଡ଼ ବ୍ୟାଙ୍କର ଲବ ଟେକ୍ନିସିଆନ ଅରୁଣ କୁମାର ସାହୁ,ଝୁନୁଵାଳା ସାହୁ,ସହାୟିକା ଅମିତା ନାୟକ ଓ ଉଦୟ ନାଥ ରାଉତ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ । କାର୍ଯ୍ୟକ୍ରମକୁ ସମାଜସେବୀ ଯୋଗେଶ୍ୱର ପଣ୍ଡା ପରିଚାଳନା କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!??

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!?? ସୋସିଆଲ ମିଡିଆରେ ଏବେ ସଲମାନ ଖାଁ,ଅନୁଷ୍କା ଏବଂ ବିରାଟ କୋହଲିଙ୍କୁ ନେଇ ଚର୍ଚ୍ଚା।କୁହାଯାଉଛି ଯେ ସଲମାନଙ୍କୁ...

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...