Thursday, January 21, 2021
Home ଖବର ବେଗୁନିଆରେ ସ୍ୱାଧିନତା ଦିବସ ପାଳିତ

ବେଗୁନିଆରେ ସ୍ୱାଧିନତା ଦିବସ ପାଳିତ

ବେଗୁନିଆରେ ସ୍ୱାଧିନତା ଦିବସ ପାଳିତ
ଖୋର୍ଦ୍ଧା,ତା୧୬/୮- ବେଗୁନିଆ ବ୍ଲକର ୨୧ ଗୋଟି ପଞ୍ଚାୟତର ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ୭୪ ତମ ସ୍ୱାଧିନତା ଦିବସ ପାଳନ କରାଯାଇଛି । ଏତଦବ୍ୟତୀତ ବେଗୁନିଆ ବ୍ଲକ ନିକଟସ୍ଥ ପାରେଡ଼ ପଡ଼ିଆରେ ସ୍ଥାନୀୟ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ଦ୍ୱାରା ପତାକା ଉତ୍ତୋଳନ କରାଯାଇଛି । ଏଥିରେ ବ୍ଲକ ଅଧ୍ୟକ୍ଷା ଜାନକୀ ସ୍ୱାଇଁ, ପୂର୍ବତନ ଜିଲାପରିଷଦ ସଭ୍ୟ ଦିପ୍ତୀ ରଞ୍ଜନ ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ତହସିଲଦାର ବିବେକାନନ୍ଦ ପରିଡା,ସବ ରେଜିଷ୍ଟ୍ରାର ସନାତନ ଆଚାର୍ଯ୍ୟ ଓ ବିଡିଓ ରତିକାନ୍ତ ମିଶ୍ରଙ୍କ ସମେତ କୋଭିଡ-୧୯ ନିୟମ ଅନୁଯାୟୀ ପାଳନ କରାଯାଇଥିଲା । ସେହିପରି କଂଗ୍ରେସ କାର୍ଯ୍ୟାଳୟ ପରିସରରେ କଂଗ୍ରେସ ନେତା ପ୍ରଦୀପ କୁମାର ସାହୁ ପତାକା ଉତ୍ତୋଳନ କରିଥିଲେ । ବେଗୁନିଆର ପୂର୍ବତନ ସରପଞ୍ଚ ନବ କିଶୋର ସ୍ୱାଇଁ, ସୁଦର୍ଶନ ମାଣିକ ଓ ସମାଜସେବୀ ବାବୁଲି ପାତ୍ର ସମେତ କର୍ମୀ ଅଂଶ ଗ୍ରହଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା...