Sunday, October 24, 2021
Home ଖବର ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର,୩୧ ୟୁନିଟ ସଂଗ୍ରହ

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର,୩୧ ୟୁନିଟ ସଂଗ୍ରହ


ଖୋର୍ଦ୍ଧା, ତା୧୨/୧୦-ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡମାଣିତୀର ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରୁ ମୋଟ ୩୧ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ଓଡିଶା ରକ୍ତଭଣ୍ଡାର ଖୋର୍ଦ୍ଧାର ଡାକ୍ତର ବିଷ୍ଣୁପ୍ରିୟା ସାହୁ, ଲାଵଟେକ୍ନିସିଆନ ଅରୁଣ କୁମାର ସାହୁ, ଝୁନୁଲତା ସାହୁ ରକ୍ତ ସଂଗ୍ରହ କରିଥିବା ବେଳେ ସାମ୍ବାଦିକ ଯୋଗେଶ୍ୱର ପଣ୍ଡା ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଖୋର୍ଦ୍ଧା ଜିଲ୍ଲା ସାଧାରଣ ସମ୍ପାଦକ ପ୍ରକାଶ ବିଜୁଳି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ । ଶିବିରରେ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଆଶିଷ କୁମାର ବରିଶଲ,ସମ୍ପାଦକ ଜିତେନ୍ଦ୍ର କୁମାର ସାହୁ, ଦକ୍ଷିଣ ମଣ୍ଡଳ ସଭାପତି ପୃଥ୍ବୀରାଜ ସାମନ୍ତସିଂହ, ଉପସଭାପତି ଦ୍ଵାରିକା ଚମ୍ପତି ଓ ଭୁବନେଶ୍ୱର ଏଚଡିଏଫସି କର୍ମଚାରୀ ଦିପ୍ତୀ ପ୍ରସାଦ ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।ବରିଷ୍ଠ କାର୍ଯ୍ୟକର୍ତା ବିଷ୍ଣୁ ରଣସିଂହ,ନିରଞ୍ଜନ ରଣସିଂହ, ସୁଶାନ୍ତ ମାନସିଂହ,ସୁନିଲ କୁମାର ସୁନ୍ଦରାୟ, ଶ୍ରଵଣ ସାମନ୍ତସିଂହ, ଆଲୋକ କୁମାର ପାଇକରାୟ,ମନୋଜ ରଣସିଂହ, ପ୍ରଭାତ ରାଉତରାୟ, ସନ୍ତୋଷ କୁମାର ବେହେରା ଓ ଭାଗିରଥି ସ୍ୱାଇଁ ପ୍ରମୁଖ ଶିବିରରରେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!??

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!?? ସୋସିଆଲ ମିଡିଆରେ ଏବେ ସଲମାନ ଖାଁ,ଅନୁଷ୍କା ଏବଂ ବିରାଟ କୋହଲିଙ୍କୁ ନେଇ ଚର୍ଚ୍ଚା।କୁହାଯାଉଛି ଯେ ସଲମାନଙ୍କୁ...

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...