Friday, January 22, 2021
Home ଖବର ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ
ଖୋର୍ଦ୍ଧା, ତା୧୨/୧୦- ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ-୧୯ ନିୟମକୁ ଉଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୂର୍ବରୁ ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଥିଲା । ଏହାର ପ୍ରତିବାଦ ସ୍ବରୂପ ବିଜେପିର ଖୋର୍ଦ୍ଧା ଜିଲ୍ଲା ସାଧାରଣ ସମ୍ପାଦକ ପ୍ରକାଶ ବିଜୁଳିଙ୍କ ନେତୃତ୍ୱରେ ସୋମବାର ସନ୍ଧ୍ୟାରେ ପୂର୍ବତନ ପ୍ରଶାସକ ଅରୂପ ପଟ୍ଟନାୟକ ଓ ତାଙ୍କ ସହଯୋଗୀଙ୍କ ନାମରେ ବେଗୁନିଆ ଥାନାରେ କୋଭିଡ ନିୟମ ଉଲଘଂନ କରିଛନ୍ତି ବୋଲି ଗଡମାଣିତୀର ଗ୍ରାମର ଇନ୍ଦ୍ରମଣି ଜୟସିଂହ ଅଭିଯୋଗ ହୋଇଛି ।

ଘଟଣାରୁ ପ୍ରକାଶ ଯେ ବେଗୁନିଆ ନିର୍ବାଚନ ମଣ୍ଡଳୀର ଗଡମାଣିତୀର ତଥା ଆଖପାଖ ଅଞ୍ଚଳରେ ସ୍ୱରୁପ ପଟ୍ଟନାୟକ ଏବଂ ତାଙ୍କ ସହଯୋଗୀମାନେ ଗତ ୨ ତାରିଖ ଦିନ ସାମାଜିକ ଦୂରତ୍ୱ ଓ ମାସ୍କ ନ ପିନ୍ଧି ବିଭିନ୍ନ ଲୋକମାନଙ୍କ ସହ ମିଳାମିଶା କରିଛନ୍ତି । ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳରେ ମହାମାରୀ କରୋନା ରୋଗ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ରହିଛି ।ଏଥିପାଇଁ ସ୍ଥାନୀୟ ପ୍ରଶାସନ ଅଭିଯୋଗ ଅନୁଯାୟୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା...