Sunday, November 29, 2020
Home ଖବର ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର


ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରୁ ମୋଟ ୩୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ନୟାଗଡ ବ୍ଲଡ଼ ବ୍ୟାଙ୍କ ଡାକ୍ତର ଫନି ଭୂଷଣ ପଟ୍ଟନାୟକ, କାଉନସେଲର ଅଜୟ ପଟ୍ଟନାୟକ,ଲାଵଟେକ୍ନିସିଆନ ପ୍ରକାଶ କୁମାର ପାଣିଗ୍ରାହୀ, ରବିନ୍ଦ୍ର କୁମାର ସାହୁ ଓ ସହାୟକ ପଞ୍ଚୁ ଦଳେଇ ପ୍ରମୁଖ ରକ୍ତ ସଂଗ୍ରହ କରିଥିବା ବେଳେ ସାମ୍ବାଦିକ ଯୋଗେଶ୍ୱର ପଣ୍ଡା ପରିଚାଳନା କରିଥିଲେ ।

ଖୋର୍ଦ୍ଧା ଜିଲ୍ଲା ସାଧାରଣ ସମ୍ପାଦକ ପ୍ରକାଶ ବିଜୁଳି,ସ୍ଥାନୀୟ ସମିତି ସଭ୍ୟ ସୁବାସ ମହାନ୍ତି, ସମାଜସେବୀ ଲଳିତ କୁମାର ସାହୁ, ମାନସ ସାମନ୍ତରାୟ,ଭାଗିରଥି ସ୍ୱାଇଁ,ଯୁବମୋର୍ଚା ସଭାପତି ଆଶିଷ କୁମାର ବରିଶଲ,ସମ୍ପାଦକ ଜିତେନ୍ଦ୍ର କୁମାର ସାହୁ ଓ ଏଚଡ଼ିଏଫସି ବ୍ୟାଙ୍କର କର୍ମଚାରୀ ଦୀପ୍ତି ରଞ୍ଜନ ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା...